ରାସ୍ତା ଉପରେ ହେବନି ପୂଜା ମଣ୍ଡପ; ହାଇକୋର୍ଟଙ୍କ କଡ଼ା ନିର୍ଦେଶ

ରାସ୍ତା ଉପରେ ହେବନି ପୂଜା ମଣ୍ଡପ; ହାଇକୋର୍ଟଙ୍କ କଡ଼ା ନିର୍ଦେଶ

Share with people

ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି ହାଇକୋର୍ଟ । ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । 

ରାସ୍ତା ଉପରେ ପୂଜା ପେଣ୍ଡାଲ ଓ ତୋରଣ ନିର୍ମାଣ ନ କରିବାକୁ ତାଗିଦ କଲେ ହାଇକୋର୍ଟ

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି ହାଇକୋର୍ଟ । ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । 

କଟକ ସହର ସମସ୍ୟାକୁ ନେଇ ସିଏମ୍‌ସି ଉପରେ ଖୁବ୍ ବର୍ଷିଛନ୍ତି ହାଇକୋର୍ଟ । ଆଗକୁ ଦଶହରା ଆସୁଥିବାରୁ ରାସ୍ତା ଅବରୋଧ ନକରିବା ଲାଗି ତାଗିଦ କରିଛନ୍ତି ହାଇକୋର୍ଟ । ରାସ୍ତା ଉପରେ ପୂଜା ପେଣ୍ଡାଲ ଓ ତୋରଣ ନିର୍ମାଣ ନ କରିବା, ଶବ୍ଦ ପ୍ରଦୂଷଣ ରୋକିବା ଲାଗି ଡିଜେ ନବଜାଇବା, ବିଦ୍ୟୁତ ତାର ରାସ୍ତା ଉପରେ ନପକେଇବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ମାସ ୫ ତାରିଖ ସୁଦ୍ଧା ବିପର୍ଯ୍ୟସ୍ତ ହୋଇପଡିଥିବା ରାସ୍ତାଘାଟ ଗୁଡିକ ବ୍ୟବହାର ଯୋଗ୍ୟ ହୋଇପାରିବ ବୋଲି ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହୋଇ ହାଇକୋର୍ଟଙ୍କୁ ଜଣାଇଛନ୍ତି ରାଜ୍ୟ ପୂର୍ତ୍ତ ସଚିବ । ସେହିପରି ଏସସିବି ମେଡିକାଲରେ ଲାଗି ରହିଥିବା ନାନାବିଧ ସମସ୍ୟାର ଖୁବ୍‌ଶୀଘ୍ର ସମାଧାନ କରାଯିବ ବୋଲି ହାଇକୋର୍ଟଙ୍କୁ ସ୍ୱାସ୍ଥ୍ୟ ସଚିବ ପ୍ରତିଶ୍ରୁତି ଦେଇଛନ୍ତି । 

ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତା ଭିତରେ ସମସ୍ତ ନିର୍ଦ୍ଦେଶର ସଠିକ ଅନୁପାଳନ ଲାଗି କୋର୍ଟ ବିଭାଗୀୟ ଅଧିକାରୀ ମାନଙ୍କୁ ତାଗିତ କରିଛନ୍ତି । ଏହି ଜନସ୍ୱାର୍ଥ ମାମଲାର ଶୁଣାଣି ବେଳେ, ସିଏମସି କମିଶନର, ସ୍ବାସ୍ଥ୍ୟ ଅଧିକାରୀ, ସିଟି ଇଞ୍ଜିନିୟର, ଏସସିବି ଅଧିକ୍ଷକ ବ୍ୟକ୍ତିଗତ ଭାବେ କୋର୍ଟରେ ଉପସ୍ଥିତ ଥିଲେ । ଅନ୍ୟପଟେ, ରାଜ୍ୟ ସ୍ବାସ୍ଥ୍ୟ ସଚିବ, ନଗର ଉନ୍ନୟନ ବିଭାଗ ସଚିବ ଏବଂ କଟକ ଜିଲ୍ଲାପାଳ ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହୋଇଥିଲେ ।


Share with people

1 Comment

Leave a Reply

Your email address will not be published. Required fields are marked *