୮୬ ବର୍ଷ ବୟସରେ ଆଖି ବୁଜିଲେ ରତନ ଟାଟା ||

୮୬ ବର୍ଷ ବୟସରେ ଆଖି ବୁଜିଲେ ରତନ ଟାଟା ||

Share with people

ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି । ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ବିଜନେସ୍ ଟାଇକୁନ ରନତ ଟାଟା ।

ପରଲୋକରେ ରତନ ଟାଟା

ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି । ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ବିଜନେସ୍ ଟାଇକୁନ ରନତ ଟାଟା । ଏ ନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକ ଭାରତ ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି ।
ତେବେ ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନିଜର ଅମାୟିକ ବ୍ୟକ୍ତିତ୍ବ, ସରଳ ଜୀବନଶୈଳୀ, ମେଳାପି ସ୍ବଭାବ ଏବଂ ବଦାନ୍ୟତା ପାଇଁ ପରିଚିତ ଥିଲେ ରତନ ଟାଟା ।


ସୂଚନାଯୋଗ୍ୟ, ରତନ ଟାଟା ୨୧ ବର୍ଷ ବୟସରେ ୧୯୯୧ରେ ଅଟୋଠୁ ନେଇ ଇସ୍ପାତ ପର୍ୟ୍ୟନ୍ତ କାରବାର ସହ ଜଡ଼ିତ ଟାଟା ଗ୍ରୁପର ଅଧ୍ୟକ୍ଷ ହୋଇଥିଲେ। ଚେୟାରମ୍ୟାନ ହେବା ପରେ ସେ ଟାଟା ଗ୍ରୁପକୁ ଏକ ନୂତନ ଶିଖରରେ ପହଞ୍ଚାଇଥିଲେ। ସେ ୨୦୧୨ ମସିହା ପର୍ୟ୍ୟନ୍ତ କମ୍ପାନିର ନେତୃତ୍ଵ ନେଇଥିଲେ। ୨୦୦୮ରେ ରତନ ଟାଟାଙ୍କୁ ସରକାରଙ୍କ ଦ୍ଵାରା ଦେଶର ଦ୍ଵିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଥିଲା |


Share with people

Comments

No comments yet. Why don’t you start the discussion?

Leave a Reply

Your email address will not be published. Required fields are marked *