ଭଦ୍ରକ ଜିଲ୍ଲା ଆରଡ଼ି ସ୍ଥିତ ବାବା ଆଖଣ୍ଡଳମଣି ମନ୍ଦିର ନିକଟରେ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ମୂର୍ତି ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଉଦ୍ଧାର କରାଯାଇଥିବା ଦେଖୁବାକୁ ମିଳିଛି ।
ଆଖଣ୍ଡଳମଣି ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସ୍ବର୍ଣ୍ଣମୂର୍ତ୍ତି ସହ ୫କୋଟିରୁ ଉର୍ଦ୍ଧ ଟଙ୍କାର ଗହଣା ଉଦ୍ଧାର ଧାମନଗର – ଭଦ୍ରକ ଜିଲ୍ଲା ଆରଡ଼ି ସ୍ଥିତ ବାବା ଆଖଣ୍ଡଳମଣି ମନ୍ଦିର ନିକଟରେ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ମୂର୍ତି ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଉଦ୍ଧାର କରାଯାଇଥିବା ଦେଖୁବାକୁ ମିଳିଛି। ଘଟଣାକୁ ଲୋକଲୋଚନକୁ ନଆଣି ଚପାଇ ଦେବାକୁ ଉଦ୍ୟମ ଚାଲୁଥିବା ବେଳେ ମୁଁହ ଖୋଲିଛନ୍ତି ଉଦ୍ଧାର କରିଥିବା ପଣ୍ଡିତ ନରୋତ୍ତମ ମିଶ୍ର । ସୂଚନା ମୁତାବକ ବାବା ଆଖଣ୍ଡଳମଣି ମନ୍ଦିର ନିକଟ ସେବାୟତ ରବି ନାରାୟଣ ମିଶ୍ରଙ୍କ ଘରେ କିଛି ଦିନ ପୂର୍ବରୁ କିଛି ଅଲୌକିକ ଘଟଣା ଘଟିବାରୁ ସେ ବେଦଚାର୍ଯ୍ୟ ଭୂତତ୍ତ୍ବ ପଣ୍ଡିତ ନରୋତ୍ତମ ମିଶ୍ରଙ୍କ ସହ ଆଲୋଚନା କରିଥିଲେ । ତାଙ୍କ ନିର୍ଦ୍ଦେଶ କ୍ରମେ ସେବାୟତଙ୍କ ଘରେ ପୂଜାପାଠ, ହୋମଯଜ୍ଞ କରଯାଇଥିଲା । ଘର ଭିତରେ ୬ଫୁଟ ଲମ୍ବ ଓ ୬ଫୁଟ ଓସାର ବିଶିଷ୍ଟ ୧୫ଫୁଟ ବିଶିଷ୍ଟ ୧୫ଫୁଟ ଗଭୀରର ଏକ ଗର୍ଭ ଖୋଲିବା ପରେ ଏକ ପିତଳ ହଣ୍ଡା ଭିତରୁ ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାର ସହ ଭଗବାନ ଶିବ, ମାତା ପାର୍ବତୀ, ପ୍ରଭୁ ଗଣେଷ ଓ କାର୍ତ୍ତିକ, ବୃଷଭ ଆଦି ବିରଳ ପ୍ରଜାତିର ମୂର୍ତ୍ତି ଉଦ୍ଧାର କରାଯାଇଛି । ପଣ୍ଡିତ ନରୋତ୍ତମ ମିଶ୍ର ଉଦ୍ଧାର ହୋଇଥିବା ସମସ୍ତ ଅଳଙ୍କାର ଓ ମୂର୍ତ୍ତି ସୁନା ବୋଲି ଦାବି କରିବା ସହ ଏହା ବାବା ଆଖଣ୍ଡଳମଣିଙ୍କ ସମ୍ପତ୍ତି ହୋଇପାରେ ବୋଲି ଅନୁମାନ କରିଛନ୍ତି । ଅନ୍ୟ ପକ୍ଷରେ ସେବାୟତ ଜଣକ ଅଳଙ୍କାର କଥା ଅସ୍ବୀକାର କରିବା ସହ ମୂର୍ତ୍ତି ଗୁଡ଼ିକ ପିତଳ ଧାତୁରେ ଗଢ଼ା ବୋଲି କହିଛନ୍ତି । ପ୍ରଶାସନ ଏଥିରେ ହସ୍ତକ୍ଷେପ କଲେ ପ୍ରକୃତ ସତ ପଦାକୁ ଆସିବ ବୋଲି ସାଧାରଣରେ ଆଲୋଚନା ହେଉଛି ।
